କାଲିଠୁ ବଢିବ ତାତି । ୨-୩ ଡିଗ୍ରୀ ବଢିବ ଦିନର ପାରଦ ।

325

କନକ ବ୍ୟୁରୋ: ଆସନ୍ତା କାଲିଠାରୁ ବଢ଼ିବ ପାରଦ। ୨ ରୁ ୩ ଡିଗ୍ରୀ ପର୍ୟ୍ୟନ୍ତ ଦିନ ତାପମାତ୍ରା ବୃଦ୍ଧି ପାଇବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ତେବେ ଭୀଷଣ ବାତ୍ୟା ‘ରେମଲ’ ବାତ୍ୟାରେ ପରିଣତ ହୋଇଛି । ବର୍ତ୍ତମାନ ଓଡିଶାକୁ ଏହାର ବିଶେଷ ପ୍ରଭାବ ନାହିଁ । ରାଜ୍ୟର ସ୍ଥଳଭାଗରେ ବର୍ଷା ଘଡଘଡି ବିଜୁଳି ପବନ ହେବାର ଵିଶେଷ ସମ୍ଭାବନା ନାହିଁ । କିଛି କିଛି ସ୍ଥାନରେ ସ୍ୱଳ୍ପ ପରିମାଣର ବର୍ଷା ହୋଇପାରେ ।

ଆସନ୍ତାକାଲି ଠାରୁ ୨-୩ ଡିଗ୍ରୀ ତାପମାତ୍ରା ବଢିବ । ଆଗାମୀ ପାଞ୍ଚଦିନ ପର୍ୟ୍ୟନ୍ତ ହିଟୱେଭ ସ୍ଥିତି ସମ୍ଭାବନା ନାହିଁ । ୯୨.୮ ମିମି ସର୍ବାଧିକ ନୟାଗଡ଼ର ରାମପୁର ଏବଂ କେନ୍ଦ୍ରାପଡା ରାଜନଗରରେ ୭୮ ମିମି ବର୍ଷା ରେକର୍ଡ଼ କରାଯାଇଛି । ୩୧ ତାରିଖ ପର୍ୟ୍ୟନ୍ତ ଏମିତି ସ୍ଥିଥି ରହିବ । କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି ।