ଓଡିଶା ରାଜ୍ୟପାଳ ଗଣେଶୀ ଲାଲଙ୍କ ପତ୍ନୀଙ୍କ ବିୟୋଗ : ଆଖିବୁଜିଲେ ରାଜ୍ୟପାଳଙ୍କ ପତ୍ନୀ ସୁଶୀଳା ଦେବୀ

ରାଜ୍ୟପାଳଙ୍କ ପତ୍ନୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ

567

କନକ ବ୍ୟୁରୋ : ରାଜ୍ୟପାଳଙ୍କ ଗଣେଶୀଲାଲଙ୍କ ପତ୍ନୀଙ୍କ ପରଲୋକ । ଗତକାଲି ରାତିରେ ଗଣେଶୀଲାଲଙ୍କ ପତ୍ନୀ ସୁଶୀଳା ଦେବୀଙ୍କ ପରଲୋକ ହୋଇଯାଇଛି । ନଭେମ୍ବର ପହିଲାରୁ କୋଭିଡରେ ଆକ୍ରାନ୍ତ ହୋଇ ସେ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ । ସୁଶୀଳା ଦେବୀଙ୍କ ପରଲୋକରେ ରାଜ୍ୟପାଳ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ଶୋକବାର୍ତାରେ ସେ କହିଛନ୍ତି, ସୁଶୀଳା ଦେବୀ ଜଣେ ଧର୍ମପରାୟଣା ଓ ପରୋପକାରୀ ମହିଳା ଥିଲେ । ତାଙ୍କ ଆତ୍ମାର ସଦଗତି କାମନା କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ରାଜ୍ୟପାଳଙ୍କ ଧର୍ମପତ୍ନୀଙ୍କ ପରଲୋକରେ ଶୋକପ୍ରକାଶ କରିଛନ୍ତି ।