ଟ୍ରେନ ଦୁର୍ଘଟଣାରେ ବଢୁଛି ମୃତ୍ୟୁ ସଂଖ୍ୟା,ଏଯାଏଁ ୨୩୮ ମୃତ, ୬୫୦ ଆହତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ: ଦକ୍ଷିଣ-ପୂର୍ବ ରେଲୱେର ସୂଚନା

325

କନକ ବ୍ୟୁରୋ: ବାଲେଶ୍ୱର ବାହାନଗା ଟ୍ରେନ ଦୁର୍ଘଟଣାରେ ବଢୁଛି ମୃତ୍ୟୁ ସଂଖ୍ୟା । ଏଯାଏଁ ୨୩୮ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ଉଦ୍ଧାର କାର୍ଯ୍ୟ ଏବେବି ଜାରି ରହିଛି । ତେଣୁ ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ । ଏହାସହ ଗୁରୁତର ଆହତ ଓ ଆହତଙ୍କୁ ବାଲେଶ୍ୱର, ଭଦ୍ରକ, ସୋର, ଖନ୍ତାପଡା ମେଡିକାଲରେ ଭର୍ତ୍ତି କରି ଚିକିତ୍ସା କରାଯାଉଥିବା ଦକ୍ଷିଣ-ପୂର୍ବ ରେଳ ବିଭାଗର ସୂଚନା ଦେଇଛି ।

ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି ଏନଡିଆରଏଫ୍, ଏସଡିଆରଏଫ୍ ସହ ଅଗ୍ନିଶମ ବିଭାଗ ।ଏଥିରେ ମହିଳା ସୁରକ୍ଷାବଳ ମଧ୍ୟ ନିୟୋଜିତ ହୋଇଛନ୍ତି ।