କନକ ବ୍ୟୁରୋ: ବଦଳିଲା ସରକାରୀ ଅଧିକାରୀଙ୍କ ଛୁଟି ବାତିଲ୍ ନିଷ୍ପତ୍ତି । ନୂଆ ନିର୍ଦ୍ଦେଶନାମା ମୁତାବକ, ସରକାରୀ ଅଧିକାରୀଙ୍କୁ ଛୁଟି ମିଳିବ, ହେଲେ ଆବଶ୍ୟକ ସ୍ଥଳେ କିନ୍ତୁ ସେମାନଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ପଡିପାରେ । ଖାଲି ସେତିକି ନୁହେଁ, ଜରୁରୀକାଳୀନ ସ୍ଥିତିରେ ମୋବାଇଲ୍ ଫୋନରେ ଉପଲବ୍ଧ ରହିବାକୁ ପଡିବ ବୋଲି ନିର୍ଦ୍ଦେଶନାମା ଜାରି କରିଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର । ସୂଚନାଯୋଗ୍ୟ ଯେ, ଆସନ୍ତାକାଲି ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ନୂଆ ସରକାର ଶପଥ ଗ୍ରହଣ କରିବାକୁ ଥିବାରୁ ଜୁନ୍ ୩୦ ଯାଏଁ ଛୁଟି ବାତିଲ୍ କରାଯାଇଥିଲା । ସରକାରୀ ଅଧିକାରୀମାନେ ହେଡକ୍ୱାର୍ଟର ନ ଛାଡିବାକୁ ଏଥିରେ ନିର୍ଦ୍ଦେଶ ଦିଆଯାଇଥିଲା । କେବଳ ସ୍ୱାସ୍ଥ୍ୟଗତ ସମସ୍ୟା ଥିଲେ ଛୁଟି ପାଇଁ ଅନୁମତି ମିଳିବ ବୋଲି କୁହାଯାଉଥିଲା । ହେଲେ ଆଜି କିନ୍ତୁ ଏହି ନିର୍ଦ୍ଦେଶନାମାରେ ସାମାନ୍ୟ ପରିବର୍ତ୍ତନ କରାଯିବା ସହିତ ଛୁଟି ବାତିଲ ନିଷ୍ପତ୍ତିକୁ ବଦଳାଯାଇଛି ।