କିିଏ ହେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ? ୧୦ ତାରିଖ ସକାଳେ ବିଧାୟକ ଦଳ ବୈଠକରେ ହେବ ନିଷ୍ପତ୍ତି ।

ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ ହେବା ନେଇ ଚର୍ଚ୍ଚା

157

କନକ ବ୍ୟୁରୋ: ଆସନ୍ତାକାଲି ସକାଳେ ବସିବ ବିଜେପି ନବ ନିର୍ବାଚିତ ବିଧାୟକ ଦଳ ବୈଠକ । ଏହା ପରେ ସଂଧ୍ୟାରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ । ବିଧାୟକ ଦଳ ସହମତି ପରେ ବିଧିବଦ୍ଧ ଭାବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନା ଘୋଷଣା ହେବ । ପ୍ରଥମ ଥର ଓଡ଼ିଶାରେ ବିଜେପି ଏକାକୀ ସରକାର ଗଢ଼ିବାକୁ ଯାଉଥିବାରୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ଚର୍ଚ୍ଚାରେ ଅନେକ ନେତାଙ୍କ ନାଁ ରହିଛି । ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ନାଁ ସବୁଠାରୁ ଆଗରେ ଥିବା କୁହାଯାଉଛି । ଯଦି ଧର୍ମେନ୍ଦ୍ରଙ୍କୁ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଦାୟିତ୍ୱ ମିଳେ, ତେବେ ବିଧାୟକଙ୍କ ମଧ୍ୟରୁ କେହି ଜଣେ ମୁଖ୍ୟମନ୍ତ୍ରୀ ହେବା ସମ୍ଭାବନା ରହିଛି । ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ବୈଜୟନ୍ତ ପଣ୍ଡା, ସୁରେଶ ପୂଜାରୀ, ପ୍ରତାପ ଷଡ଼ଙ୍ଗୀ, ଗିରୀଶ ମୁର୍ମୁ, ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନାଁ ମଧ୍ୟ ଚର୍ଚ୍ଚାରେ ରହିଛି ।

ତେବେ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହା କେନ୍ଦ୍ରୀୟ ନେତୃତ୍ୱ ନିଷ୍ପତି ନେବେ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇଜଣ ଉପମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ଚର୍ଚ୍ଚା ହେଉଛି । ଓଡ଼ିଶାରେ ନୂଆ ସରକାରର ଶପଥ ଗ୍ରହଣ ପାଇଁ ଭୁବନେଶ୍ୱରର ଜନତା ମୈଦାନରେ ବ୍ୟାପକ ପ୍ରସ୍ତୁତି ଚାଲିଛି । ଯଦିଓ ଶପଥ ଗ୍ରହଣର ତାରିଖ ଓ ସମୟ ବିଧିବଦ୍ଧ ଭାବେ ଆସିନାହିଁ, ତଥାପି ରାଜ୍ୟ ଓ ଦେଶର ଅତିଥି ଆସୁଥିବା ରାଜ୍ୟ ପ୍ରଶାସନ ପ୍ରସ୍ତୁତ ଥିବା ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ।