କନକ ବ୍ୟୁରୋ : ରତ୍ନବେଦୀରୁ ସ୍ନାନବେଦୀକୁ ବିଜେ ହେଲେ ଶ୍ରୀଜିଉ । ଧାଡି ପହଣ୍ଡିରେ ଚତୁର୍ଦ୍ଧାମୂରତି ବିଜେ ହୋଇଛନ୍ତି । ଧାଡି ପହଣ୍ଡିରେ ବିଜେ କରିଛନ୍ତି । ସ୍ନାନବେଦୀରେ ଶ୍ରୀସୁଦର୍ଶନ, ଦେବୀ ସୁଭଦ୍ରା, ବଡ ଭାଇ ବଳଭଦ୍ର ଏବଂ ଶେଷରେ ମହାପ୍ରଭୁ ଜଗନ୍ନାଥ ବିରାଜମାନ କରିଛନ୍ତି ।
ଦେବସ୍ଥାନ ପୂର୍ଣ୍ଣିମାର ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ଦେବଯାନ ମାର୍ଗରେ ଅବା ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ । ଏହି ସୁନା କୂଅଟି ଶୀତଳା ଠାକୁରାଣୀ ଓ ତାଙ୍କ ବାହାନ ସିଂହଙ୍କ ମଧ୍ୟରେ ଅବସ୍ଥିତ । ପରେ ଯେପରି ଏହି କୂଅକୁ ବର୍ଷସାରା ସିଂହ ହିଁ ସୁରକ୍ଷିତ ରଖିଥାଏ । କୂଅର ବ୍ୟବହାର ବର୍ଷସାରା ନଥବାରୁ ଜନପଦୀୟ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି ଗ୍ରହଣ କରାଯାଏ । ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥବା ବେଳେ ସ୍ଥାନ କାଳରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ମିଶ୍ରଣ କରାଯାଏ । ଯଜ୍ଞ ପରମ୍ପରାରେ ଏହି କୂଅକୁ ‘ପ୍ରଣୀତାକୂପ’ ବୋଲି କୁହାଯାଏ ।
ପ୍ରାଚୀନ କାଳରେ ମଧ୍ୟ ଓଡ଼ିଶାରେ ଛୁଆଟିଏ ଜନ୍ମ ହେଲେ ତାହାକୁ ଅଣତୁଠ ପାଣି ମିଶ୍ରଣ କରାଯାଇ ସ୍ନାନ କରିବାର ପରମ୍ପରା ରହିଥଲା । ଏହାଦ୍ୱାରା ଦୁଷ୍ଟ ଶକ୍ତିଙ୍କ ପ୍ରଭାବ କଅଁଳା ପିଲାଙ୍କ ଉପରେ ପଡ଼େନାହିଁ । ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ । ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଏ । ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ ।
ଏହି ଜଳରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ । ଏହାକୁ “ପ୍ରତ୍ୟେକ୍ଷ ଅବକାଶ” କହନ୍ତି । ପ୍ରଭୁଙ୍କୁ ଏହି ଦିନ ଗଜାନନ ବେଶ କରାଯାଏ । ଏହି ଦିନ ରାଘବଦାସ ମଠ ପକ୍ଷରୁ ଦେବୀ ସୁଭଦ୍ରାଙ୍କୁ ଫୁଲଚୂଳ, ଚନ୍ଦ୍ରିକା ଓ ଛତ୍ରି ନାଗି କରାଯାଇ ବେଶ କରାଯାଏ । ଗୋପାଳତୀର୍ଥ ମଠଦ୍ୱାରା ପ୍ରଦତ୍ତ ଶ୍ରୀବଳଭଦ୍ରଙ୍କୁ ଗଜାନନ ବେଶ ଓ ଶୁଦର୍ଶନଙ୍କୁ ଚକ୍ର ଲାଗି କରାଯାଏ । ଏହି ଦିନ ତିନି ଧୂପ ବଦଳରେ ଗୋଟିଏ ଧୂପ ଦିଆଯାଏ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2022/06/11-13.jpg)