ଜୁଲାଇ ୪ ତାରିଖରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। କାଲିଠୁ ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା।

177

କନକ ବ୍ୟୁରୋ: ଜୁଲାଇ ୪ ତାରିଖ ଉତ୍ତର ଓଡିଶା ଏବଂ ତତସଂଲଗ୍ମ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଯାହା ଦକ୍ଷିଣ-ପଶ୍ଚିମ ମୌସୁମୀକୁ ଆହୁରି ସକ୍ରିୟ କରାଇବା ସହ ରାଜ୍ୟରେ ବର୍ଷାର ପରିମାଣକୁ ବଢାଇବ ବୋଲି କୁହାଯାଉଛି । ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ଚିତ୍ର ସ୍ପଷ୍ଟ ହେବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଆସନ୍ତାକାଲିରୁ ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ୪ ତାରିଖରେ ଉତ୍ତର ଓଡିଶାରେ ଅଧିକ ବର୍ଷା ହୋଇପାରେ । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ ଆର ବିଶ୍ୱାସ ଏହା କହିଛନ୍ତି ।