କନକ ବ୍ୟୁରୋ: ବହୁଚର୍ଚ୍ଚିତ ନୟାଗଡ଼ ପରୀ ହତ୍ୟାକାଣ୍ଡ ଘଟଣାରେ ଆସିବ ଚୂଡାନ୍ତ ରାୟ । ନୟାଗଡ଼ ଚିଲଡ୍ରେନ୍ କୋର୍ଟ ରାୟ ଶୁଣାଇବେ । ଏଥିପାଇଁ ରାଉରକେଲା ବାଳ ସ୍ୱଧାର ଗୃହରୁ ଅଭିଯୁକ୍ତକୁ ନୟାଗଡ଼ ଚିଲଡ୍ରେନ୍ କୋର୍ଟକୁ ଅଣାଯାଇଛି । ଗତ ଜାନୁଆରୀ ୩୦ ତାରିଖରେ ଶୁଣାଣି ଶେଷ ହେବା ପରେ ରାୟ ସଂରକ୍ଷିତ କରିଥିଲେ କୋର୍ଟ । ପରୀ ହତ୍ୟାକାଣ୍ଡ ଘଟଣାରେ ଗଠିତ ଏସଆଇଟି ଗତ ୨୦ ଡିସେମ୍ବର ୨୦୨୦ରେ ଅଭିଯୁକ୍ତକୁ ଗିରଫ କରିଥିଲା ।