ଜୁଲାଇ ୧୮ରେ ହୀରାକୁଦରୁ ଛଡାଯିବ ପ୍ରଥମ ବନ୍ୟାଜଳ। ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ।

101

କନକ ବ୍ୟୁରୋ : ଉପରମୁଣ୍ଡରେ ପ୍ରବଳ ବର୍ଷା ପରେ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବଢିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ଜୁଲାଇ ୧୮ ତାରିଖରେ ଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାଷିତ ହେବ । ସକାଳ ୧୧ଟାରେ ଗେଟ ଖୋଲିବ । ମହାନଦୀ ଅବବାହିକାର ମୁଖ୍ୟ ଯନ୍ତ୍ରୀ ଏନେଇ ସୂଚନା ଦେଇଛନ୍ତି । ତଳମୁଣ୍ଡରେ ଥିବା ଗାଁ ଗଣ୍ଡା ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଥିବା ବେଳେ ନଦୀରେ ପ୍ରବେଶ ନକରିବାକୁ କୁହାଯାଇଛି । ମହାନଦୀ ଓ ଏହାର ଶାଖା ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ଏଭଳି ନିର୍ଦ୍ଦେଶ ଦିଆଯାଇଛି ।