କନକ ବ୍ୟୁରୋ: ବିଶିଷ୍ଟ ସମାଜସେବୀ ତଥା ଯଶସ୍ୱୀ ସାରସ୍ଵତ ସାଧିକା ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ପୁରୀ ସ୍ୱର୍ଗଦ୍ଵାର ଠାରେ ସ୍ୱର୍ଗତା ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ଆଜି ଅପରାହ୍ନରେ ସଂପନ୍ନ କରାଯିବ ବୋଲି ଜଣାଯାଇଛି । ଗତକାଲି ପ୍ରଖ୍ୟାତ ସାହିତ୍ୟିକ, କବୟିତ୍ରୀ, ସାମ୍ବାଦିକ, ଶିକ୍ଷାବିତ ତଥା ଦୈନିକ ‘ସମାଜ’ର ପୂର୍ବତନ କାର୍ଯ୍ୟକାରୀ ସମ୍ପାଦିକା ଡକ୍ଟର ମନୋରମା ମହାପାତ୍ରଙ୍କର ୮୭ ବର୍ଷ ବୟସରେ ପରଲୋକ ଘଟିଛି। ଶନିବାର ଅପରାହ୍ଣ ୫ଟା ୪୫ ସମୟରେ ସେ ଏସସିବି ମେଡିକାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ତେବେ ଶନିବାର ଅପରାହ୍ଣରେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ମେଡିକାଲକୁ ନିଆଯାଇଥିଲା। ଅନ୍ତିମ ଶଯ୍ୟା ନିକଟରେ ତାଙ୍କର ବ୍ୟକ୍ତିଗତ ସହାୟକଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ। ପରଲୋକ ପରେ ତାଙ୍କ ମରଶରୀରକୁ କନିକା ଛକ ସ୍ଥିତ ବାସଭବନରେ ରଖାଯାଇଛି । ତାଙ୍କ ପୁଅ ଓ ଝିଅମାନେ ବିଦେଶରେ ରହୁଛନ୍ତି । ସେମାନେ ଆସିବା ପରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି ସୂଚନା ମିଳିଛି ।
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା - ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ହେବ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ।
Advertisment
Follow Us