ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଜନତା ଦରବାର; ଅଭିଯୋଗ ପ୍ରକୋଷ୍ଠରେ ନିୟମିତ ଶୁଣିବେ ଲୋକଙ୍କ ସମସ୍ୟା । ଦିନ ୧୧ଟାରୁ ଅଭିଯୋଗ ଶୁଣାଣି, ୯ଟାରୁ ପଞ୍ଜିକରଣ ।

260

କନକ ବ୍ୟୁରୋ: ଆଜିଠୁ ବସିବ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନତା ଦରବାର, ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ନିୟମିତ ଚାଲିବ ଅଭିଯୋଗର ଶୁଣାଣି । ସମସ୍ୟା ଶୁଣିବା ସହ ସମାଧାନ ଦିଗରେ ପଦକ୍ଷେପ ନେବେ ରାଜ୍ୟ ସରକାର । ଭୁବନେଶ୍ୱର ୟୁନିଟ୍-୫ରେ ଥିବା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଜନଶୁଣାଣି ଆରମ୍ଭ ହେବାକୁ ଯାଉଛି । ଏହିଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଅଭିଯୋଗ ଶୁଣାଣି କରିବା ସହ ଏହାର ସମାଧାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେବେ ।

ପ୍ରତ୍ୟେକ ଦିନ ୧୧ଟାରୁ ଅଭିଯୋଗ ଶୁଣାଣି ଆରମ୍ଭ ହେବାକୁ ଥିବା ବେଳେ ଏଥିପାଇଁ ସକାଳ ୯ଟାରୁ ଅଭିଯୋଗ ପ୍ରକୋଷ୍ଠରେ ପହଁଚି ପଂଜୀକରଣ କରିବାକୁ ପଡ଼ିବ । ଅଭିଯୋଗ ପ୍ରକୋଷ୍ଠ ବାହାରେ ବ୍ୟାରିକେଡ ପ୍ରସ୍ତୁତ କରାଯାଇଥିବା ବେଳେ ଏହିବାଟେ ଧାଡ଼ିରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ସମସ୍ୟା ଜଣାଇବେ ଜନସାଧାରଣ । ଦୂରଦୂରାନ୍ତରୁ ଆସୁଥିବା ଜନସାଧାରଣଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପାନୀୟ ଜଳ ଓ ଅନ୍ୟାନ୍ୟ ବ୍ୟବସ୍ଥା ମଧ୍ୟ କରାଯାଇଛି ।