୪୩ ଡିଗ୍ରୀ ଟପିଲା ଭୁବନେଶ୍ୱରର ତାପମାତ୍ରା । ଆଜି ରାଜଧାନୀର ସର୍ବୋଚ୍ଚ ତାପମାତ୍ରା ୪୩.୨ ଡିଗ୍ରୀ ରେକର୍ଡ ।

99

କନକ ନ୍ୟୁଜ୍ : ୪୩ ଡିଗ୍ରୀ ଟପିଲା ଭୁବନେଶ୍ୱରର ତାପମାତ୍ରା । ଆଜି ଦିନରେ ଭୁବନେଶ୍ୱରର ତାପମାତ୍ରା ୪୩.୨ ଡିଗ୍ରୀ ରହିଥିବା ରେକର୍ଡ କରାଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ଟୁଇଟ୍ କରି ସୂଚନା ଦିଆଯାଇଛି ।

ମିଳିଥିବା ସୂଚନା ମୁତାବକ, ଆଜି ଦିନ ସାଢେ ୨ଟା ସୁଦ୍ଧା ଝାରସୁଗୁଡାର ତାପମାତ୍ରା, ୪୨.୮ ଡିଗ୍ରୀ ରହିଥିଲାବେଳେ, ଚାନ୍ଦବାଲିର ୪୧.୨ ଡିଗ୍ରୀ, ସମ୍ବଲପୁରର ତାପମାତ୍ରା ୪୧.୨ ଡିଗ୍ରୀ, କେନ୍ଦୁଝରର ତାପମାତ୍ରା ୪୦.୬ ଡିଗ୍ରୀ ରହିଥିଲା । ସେହିପରି ହୀରାକୁଦର ତାପମାତ୍ରା ୪୦.୪ ଡିଗ୍ରୀ ସେଲସିୟସ୍ ରହିଥିବାବେଳେ, ବାଲେଶ୍ୱରର ତାପମାତ୍ରା ୩୯ ଡିଗ୍ରୀ ରହିଥିବା ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି । ଅନ୍ୟପଟେ ବରଗଡ, ଅନୁଗୁଳ, ବାଲେଶ୍ୱର, କେନ୍ଦୁଝର ଓ ଭଦ୍ରକ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ଜନିତ ବର୍ଷା ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି ।