କନକ ବ୍ୟୁରୋ: ବିଧାନସଭାରେ ଆଜି ବି ହଙ୍ଗାମା । ଗୃହ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ । ବିଧାନସଭା ବଜେଟ୍ ଅଧିବେଶନର ୩ୟ ଦିନରେ ପୁଣି ହଟ୍ଟଗୋଳ ଜାରି ରଖିଛନ୍ତି ବିରୋଧୀ । ଯାହା ପରେ ବାଚସ୍ପତି ଗୃହକୁ ସାଢେ ୧୧ଟା ଯାଏଁ ମୁଲତବୀ ରଖିଛନ୍ତି । ତେବେ କେନ୍ଦ୍ର ଅବହେଳା ପ୍ରସଙ୍ଗରେ ଆଜି ଗୃହରେ ନାରାବାଜି କରିଥିଲେ ବିରୋଧୀ ବିଜେଡି ବିଧାୟକ । ଗୃହର ମଧ୍ୟଭାଗକୁ ଆସି ସେମାନେ ପ୍ରତିବାଦ କରିଥିଲେ । ଏଥିସହ ରାଜ୍ୟପାଳଙ୍କ ପୁଅ ଆଇନକୁ ହାତକୁ ନେଇଥିବା ପ୍ରସଙ୍ଗ ଉଠାଇଲେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ନିଜ ଆସନରେ ଠିଆ ହେଇ ସେ ପ୍ରତିବାଦ କରିବା ପରେ, ବିଜେଡି ବିଧାୟକମାନେ ଶେଷରେ କକ୍ଷତ୍ୟାଗ କରିଥିଲେ । ସେହିପରି ଗୃହର ମଧ୍ୟ ଭାଗରେ ଠିଆ ହେଇ କଂଗ୍ରେସ ବିଧାୟକମାନେ ମଧ୍ୟ କେନ୍ଦ୍ର ଅବହେଳା ପ୍ରସଙ୍ଗ ଉଠାଇ ହଟ୍ଟଗୋଳ କରିଥିଲେ ।