ରାଜ୍ୟରେ ବଢ଼ିବ କାଳବୈଶାଖୀର ପ୍ରଭାବ ।୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ଆଲର୍ଟ ଜାରି ।

2,561

କନକ ବ୍ୟୁରୋ: ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀର ପ୍ରଭାବ । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ବଜ୍ରପାତ ଆଶଙ୍କା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । କାଳବୈଶାଖୀ ଯୋଗୁଁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ମିଳିପାରେ ଆଶ୍ୱସ୍ତି । ୨୫ ତାରିଖ ଯାଏ କାଳବୈଶାଖୀ ପାଇଁ ତାପମାତ୍ରା ନିୟନ୍ତ୍ରଣରେ ରହିବ ବୋଲି ଆକଳନ କରାଯାଉଛି ।

ତେବେ ୨୬ ତାରିଖରୁ ପାଗରେ ପୁଣି ଆସିବ ପରିବର୍ତ୍ତନ । ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳିଗୁଳିରେ ସନ୍ତୁଳି ହେବେ ରାଜ୍ୟବାସୀ । ୨୬ ତାରିଖରେ ହିଟ୍ ୱେଭ୍ ନେଇ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି । ୧୪ ଜିଲ୍ଲାକୁ ଅରେଞ୍ଜ ଓ ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।