ଇଂଲଣ୍ଡ ବିପକ୍ଷ ପ୍ରଥମ ଦୁଇଟି ଟେଷ୍ଟ ମ୍ୟାଚ ପାଇଁ ଘୋଷଣା ହେଲା ଭାରତୀୟ ଦଳ । ଦଳକୁ ଫେରିଲେ ବିରାଟ କୋହଲି ।  

908

କନକ ବ୍ୟୁରୋ : ଇଂଲଣ୍ଡ ବିପକ୍ଷ ପ୍ରଥମ ଦୁଇଟି ଟେଷ୍ଟ ମ୍ୟାଚ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଏଥିରେ ଦଳକୁ ଫେରିଛନ୍ତି ଅଧିନାୟକ ବିରାଟ କୋହଲି । ତେଣୁ ରାହାଣେଙ୍କୁ ଏବେ ଉପ ଅଧିନାୟକ କରାଯାଇଛି । ଏହାସହ ଇଶାନ୍ତ ଶର୍ମା ଓ ଅଶ୍ୱିନୀ ମଧ୍ୟ ଦଳକୁ ଫେରିଛନ୍ତି । ଏନେଇ ବିସିସିଆଇ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି ।

ଇଂଲଣ୍ଡ ବିପକ୍ଷରେ ପ୍ରଥମ ଟେଷ୍ଟ ମ୍ୟାଚ ଫେବୃଆରୀ ୫ ତାରିଖରେ ଚେନ୍ନାଇରେ ଖେଳାଯିବ । ସେହିପରି ଦ୍ୱିତୀୟ ଟେଷ୍ଟ ୧୩ ତାରିଖରେ ଖେଳାଯିବ । ଏହି ମ୍ୟାଚ ପାଇଁ ୧୮ ଜଣିଆ ଦଳ ଘୋଷଣା କରାଯାଇଛି । ଦଳରେ ପୁଣି ଯୁବ ଖେଳାଳିଙ୍କୁ ସୁଯୋଗ ଦିଆଯାଇଛି ।

ଅଷ୍ଟ୍ରେଲିଆ ବିପକ୍ଷରେ ଆଜି ଭାରତ ଐତିହାସିକ ବିଜୟ ହାସଲ କରିଛି । ଏହି ବିଜୟ ସହ ଭାରତ ଆଇସିସି ଟେଷ୍ଟ ରାଙ୍କିଙ୍ଗରେ ଦ୍ୱିତୀୟ ସ୍ଥାନକୁ ଉତ୍ତୀର୍ଣ୍ଣ ହୋଇଛି ।

ଭାରତୀୟ ଦଳ: ବିରାଟ କୋହଲି (ଅଧିନାୟକ), ରୋହିତ ଶର୍ମା, ମୟଙ୍କ ଅଗ୍ରୱା. ଶୁଭମନ ଗିଲ୍, ଚେତେଶ୍ୱର ପୂଜାରା, ଆଜିଙ୍କ୍ୟ ରାହାଣେ (ଉପ ଅଧିନାୟକ), କେଏଲ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା, ରିଷଭ ପନ୍ତ, ରିଦ୍ଧିମାନ ଶାହା, ରବିଚନ୍ଦ୍ରନ ଅଶ୍ୱିନୀ, କୁଲଦୀପ ଯାଦବ, ଅକ୍ଷର ପଟେଲ, ୱାଶିଂଟନ ସୁନ୍ଦର, ଇଶାନ୍ତ ଶର୍ମା, ଯଶପ୍ରୀତ ବୁମରାହ, ମହମ୍ମଦ ସିରାଜ, ସାର୍ଦ୍ଦୁଲ ଠାକୁର ।