କନକ ବ୍ୟୁରୋ: ରତ୍ନଭଣ୍ଡାର ଭିତରକୁ ଯାଇ ତଦାରଖ କରିବା ପରେ ଶ୍ରୀମନ୍ଦିରରୁ ବାହାରକୁ ବାହାରିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ । ଏହାପରେ ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଭିତର ରତ୍ନଭଣ୍ଡାରରେ ଯାହା ବି ଗହଣା ଓ ମୂଲ୍ୟବାନ ସାମଗ୍ରୀ ଅଛି, ତାକୁ ଖଟଶେଜ ଘରକୁ ସ୍ଥାନାନ୍ତର କରାଯିବ । ମହାପ୍ରଭୁଙ୍କ କୃପାରୁ ଆଜି ସନ୍ଧ୍ୟା ସୁଦ୍ଧା ଏହି କାମ ଶେଷ ହେବ ବୋଲି ଗଜପତି କହିଛନ୍ତି । ଏତିସହ ବାହାର ରତ୍ନଭଣ୍ଡାର ଅଳଙ୍କାରକୁ ଚାଙ୍ଗଡା ଘର ଓ ଫୁଲ ଘରେ ରଖାଯାଇଛି । ସମସ୍ତ ଅଳଙ୍କାର ସିସିଟିଭି ନଜରରେ ରହିଛି ବୋଲି ଗଜପତି ମହାରାଜା ସୂଚନା ଦେଇଛନ୍ତି ।
ଅନ୍ୟପଟେ ଗଜପତି ମହାରାଜା ଆହୁରି ମଧ୍ୟ କହିଛନ୍ତି ଯେ, ରତ୍ନ ଅଳଙ୍କାର ସ୍ଥାନାନ୍ତର ପରେ ଶେଜଘରେ ତାଲା ପଡିବ । ଆଉ ନିୟମ ମୁତାବକ, ଏହାର ଚାବି ସରକାରୀ ଟ୍ରେଜେରୀରେ ରହିବ । ବାହାର ଓ ଭିତର ରତ୍ନଭଣ୍ଡାର ଅଳଙ୍କାର ସ୍ଥାନାନ୍ତର ପରେ ଏହାର ସ୍କାନିଂ କରାଯିବ । ଏହାପରେ ରତ୍ନଭଣ୍ଡାରକୁ ଏଏସଆଇକୁ ହସ୍ତାନ୍ତର କରାଯିବ । ଏଏସଆଇ ଏହାପରେ ଯାଇ ରତ୍ନଭଣ୍ଡାରର ମରାମତି କରିବ । ମରାମତି ସମୟରେ ଭକ୍ତଙ୍କ ଦର୍ଶନରେ କୌଣସି ଅସୁବିଧା ହେବନି ବୋଲି ଗଜପତି ମହାରାଜା ସୂଚନା ଦେଇଛନ୍ତି ।
ସେହିପରି ରତ୍ନଭଣ୍ଡାର ମରାମତି ପରେ ଯାଇ ରତ୍ନ ଅଳଙ୍କାରର ଗଣତି ମଣତି ହେବ । ମରାମତି ଶେଷ ନହେବା ପର୍ଯ୍ୟନ୍ତ ଗଣତି ମଣତି ହେଇପାରିବନି ବୋଲି ଗଜପତି କହିଛନ୍ତି । ତେବେ ଏଥିପାଇଁ ସମୟ ଲାଗିବ । ଆଉ ସମୟ ଲାଗିଲେ ବି ରତ୍ନ ଅଳଙ୍କାରର ଗଣତି ମଣତି ହେଉ ବୋଲି ଗଜପତି କହିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2024/07/22-11.jpg)