‘ଗୁଲାବ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ: ୩ ଘଣ୍ଟା ଧରି ଚାଲିବ ଲ୍ୟାଣ୍ଡଫଲ ପ୍ରକ୍ରିୟା

146

କନକ ବ୍ୟୁରୋ: ବାତ୍ୟା ଗୁଲାବର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ । ଆଉ କିଛି ସମୟ ପରେ ସ୍ଥଳଭାଗ ଛୁଇଁବ ବାତ୍ୟା । କଳିଙ୍ଗପାଟ୍ଟନମ ଓ ଗୋପାଳପୁର ମଧ୍ୟରେ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଛି । ବାତ୍ୟା ପ୍ରଭାବରେ ବର୍ଷା ଓ ପବନ ଜାରି । ପବନର ବେଗ ୭୫ରୁ ୮୫ କିଲୋମିଟର ରହିଛି । ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ୩ ଘଣ୍ଟାରୁ ଅଧିକ ସମୟ ଧରି ଚାଲିବ ।