ରତ୍ନଭଣ୍ଡାର ଖୋଲିବା ନିଶ୍ଚିତ କହିଲେ ଆଇନ୍ ମନ୍ତ୍ରୀ । କହିଲେ, ଖୁବଶୀଘ୍ର ଏନେଇ ପ୍ରସ୍ତୁତ ହେବ ମୋଡାଲିଟି

153

କନକ ବ୍ୟୁରୋ: ରତ୍ନଭଣ୍ଡାର ଖୋଲାଯିବା ନେଇ ଆଇନମନ୍ତ୍ରୀଙ୍କ ବଡ଼ ସୂଚନା ଦେଇଛନ୍ତିା ଏନେଇ ନିଷ୍ପତି ସରିଥିବା ବେଳେ ମୋଡାଲିଟି ପ୍ରସ୍ତୁତ କରାଯିବା ସହ ଦିନେ ଦୁଇ ଦିନ ମଧ୍ୟରେ ତାରିଖ ଘୋଷଣା ହେବ ବୋଲି ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଏନେଇ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ମଧ୍ୟ ପ୍ରକାଶ କରାଯିବା ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମରେ ରତ୍ନଭଣ୍ଡାର ଖୋଲିବା ନେଇ ଯେଉଁ ତାରିଖ ଚାଲୁଛି ଏହା ଏକ ଗୁଜବ, ଏହି ଗୁଜବକୁ ଲୋକେ ବିଶ୍ବାସ ନକରନ୍ତୁ ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଅପିଲ କରିଛନ୍ତିା

ସୂଚନାଯୋଗ୍ୟ ଯେ, ଜୁଲାଇ ୮ରୁ ଖୋଲିପାରେ ରତ୍ନଭଣ୍ଡାର । ଏହିଦିନଠୁ ଆରମ୍ଭ ହୋଇପାରେ ଗଣତି ଓ ମଣତି କାମ । ରତ୍ନଭଣ୍ଡାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ ଆସନ୍ତା ୪ ତାରିଖରେ ଓଡିଶା ଆସୁଛନ୍ତି । ତାଙ୍କ ଗସ୍ତସୂଚୀରୁ ଏଭଳି ସଙ୍କେତ ମିଳିଛି । ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଜୁଲାଇ ୫ ତାରିଖ ଅପରାହ୍ଣ ୨ଟା ପରେ ରତ୍ନଭଣ୍ଡାର ଗଣତି ମଣତିକୁ ନେଇ ବୈଠକ ହେବ । ବୈଠକରେ ନିଷ୍ପତି ନିଆଯିବା ପରେ ଜୁଲାଇ ୮ ତାରିଖରୁ ରତ୍ନୠଣ୍ଡାର ଖୋଲିବା ସହ ଗଣତିମଣିତ କାମ ଆରମ୍ଭ ହୋଇପାରେ । ଏଭଳି ୧୯ ଦିନ ଧରି ୮ ତାରିଖରୁ ୨୭ ତାରିଖ ଯାଏଁ ରତ୍ନଭଣ୍ଡାର କାମ ଚାଲିବ ।