କନକ ବ୍ୟୁରୋ: ଆଜି ଦେବସ୍ନାନ ପୂର୍ଣ୍ଣିମା ବା ମହାପ୍ରଭୁଙ୍କ ସ୍ନାନଯାତ୍ରା । ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଆଜି ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ । ଆଜି ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯିବ । ଆଉ ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯିବ। ତେବେ ଆପଣ ଜାଣିଛନ୍ତି କେଉଁ ଠାକୁର କେତେ ଗରା ପାଣିରେ ସ୍ନାନ କରିଥାନ୍ତି ?
ଦେବସ୍ଥାନ ପୂର୍ଣ୍ଣିମାର ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ଦେବଯାନ ମାର୍ଗରେ ଅବା ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ । ଏହି ସୁନା କୂଅଟି ଶୀତଳା ଠାକୁରାଣୀ ଓ ତାଙ୍କ ବାହାନ ସିଂହଙ୍କ ମଧ୍ୟରେ ଅବସ୍ଥିତ । ପରେ ଏହି କୂଅକୁ ବର୍ଷସାରା ସିଂହ ହିଁ ସୁରକ୍ଷିତ ରଖିଥାଏ । କୂଅର ବ୍ୟବହାର ବର୍ଷସାରା ନଥବାରୁ ଜନପଦୀୟ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି ଗ୍ରହଣ କରାଯାଏ । ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥବା ବେଳେ ସ୍ଥାନ କାଳରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ମିଶ୍ରଣ କରାଯାଏ । ଯଜ୍ଞ ପରମ୍ପରାରେ ଏହି କୂଅକୁ ‘ପ୍ରଣୀତାକୂପ' ବୋଲି କୁହାଯାଏ ।
- ଜଗନ୍ନାଥ - ୩୫ ଗରା
- ବଳଭଦ୍ର - ୩୩ ଗରା
- ସୁଭଦ୍ରା - ୨୨ ଗରା
- ସୁଦର୍ଶନ - ୧୮ ଗରା
ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ । ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଏ । ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ । ଏହି ଜଳରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ । ଏହାକୁ "ପ୍ରତ୍ୟେକ୍ଷ ଅବକାଶ" କହନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2024/06/s-3.jpg)