ଆଜି ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ । ପଦ୍ମଫୁଲରେ ସଜ୍ଜିତ ହେବେ କାଳିଆ ସାଆନ୍ତ ।

124

କନକ ବ୍ୟୁରୋ: ଆଜି ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ । ପଦ୍ମଫୁଲରେ ସଜ୍ଜିତ ହେବେ କାଳିଆ ସାଆନ୍ତ । ବଡ଼ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରା ବି ଏହି ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ଆଜି ସଂଧ୍ୟାଧୂପ ପରେ ଶ୍ରୀମନ୍ଦିରକୁ ପ୍ରସ୍ତୁତ ପଦ୍ମବେଶ ବିଜେ କରିବ । ବଡସିଂହାର ବେଶରେ ଏହା ମହାପ୍ରଭୁଙ୍କୁ ଲାଗି ହେବ ।

ଏନେଇ ସ୍ୱତନ୍ତ୍ର ନୀତିକାନ୍ତି ଚୂଡାନ୍ତ ହୋଇଛି । ବଡସିଂହାର ବେଶରେ ମହାପ୍ରଭୁଙ୍କୁ ପଦ୍ମବେଶ ଲାଗି ଓ ପରେ ପହୁଡ ନୀତି ଅନୁଷ୍ଠିତ ହେଉଥିବାରୁ ରାତିରେ ଭକ୍ତମାନେ ମହାପ୍ରଭୁଙ୍କ ପଦ୍ମବେଶ ଦର୍ଶନ କରିପାରିବେ ନାହିଁ । ଆସନ୍ତାକାଲି ମଙ୍ଗଳଆଳତୀ ପରେ ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କ ପଦ୍ମବେଶ ଦର୍ଶନ କରିପାରିବେ । ଏହି ଦୃଷ୍ଟିରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଭିଡ ନିୟନ୍ତ୍ରଣ ପାଇଁ ଶ୍ରୀମନ୍ଦିର ଭିତରେ ଓ ବାହାରେ ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯାଇଛି ।