କନକ ବ୍ୟୁରୋ: ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର । ଧୀରେ ଧୀରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ୧୨ ଘଂଟା ମଧ୍ୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ । ଏହା ଆହୁରୀ ଘନୀଭୂତ ହେବ । ଆସନ୍ତାକାଲି ସଂଧ୍ୟା ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇପାରେ ।
ଉତ୍ତର-ପଶ୍ଚିମ ଦିଗରେ ଗତି କରି ୧୦ ତାରିଖରେ ଉତର ଆନ୍ଧ୍ର ଓ ଓଡ଼ିଶା ଉପକୂଳରେ ପହଂଚିପାରେ । ତେବେ ଏହି ସମ୍ଭାବ୍ୟ ବାତ୍ୟା କେବେ ଓ କେଉଁଠି ସ୍ଥଳ ଭାଗ ଛୁଇଁବ, ତାହା ଆକଳନ କରାଯାଇନାହିଁ । ଆଜି ଅବପାତରେ ପରିଣତ ହେବା ପରେ ଅଧିକ ସ୍ପଷ୍ଟ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2022/05/19-10.jpg)