ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର । କାଲି ସନ୍ଧ୍ୟା ସୁଦ୍ଧା ହେବ ବାତ୍ୟାରେ ପରିଣତ ।

294

କନକ ବ୍ୟୁରୋ: ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର । ଧୀରେ ଧୀରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ୧୨ ଘଂଟା ମଧ୍ୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ । ଏହା ଆହୁରୀ ଘନୀଭୂତ ହେବ । ଆସନ୍ତାକାଲି ସଂଧ୍ୟା ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇପାରେ ।

ଉତ୍ତର-ପଶ୍ଚିମ ଦିଗରେ ଗତି କରି ୧୦ ତାରିଖରେ ଉତର ଆନ୍ଧ୍ର ଓ ଓଡ଼ିଶା ଉପକୂଳରେ ପହଂଚିପାରେ । ତେବେ ଏହି ସମ୍ଭାବ୍ୟ ବାତ୍ୟା କେବେ ଓ କେଉଁଠି ସ୍ଥଳ ଭାଗ ଛୁଇଁବ, ତାହା ଆକଳନ କରାଯାଇନାହିଁ । ଆଜି ଅବପାତରେ ପରିଣତ ହେବା ପରେ ଅଧିକ ସ୍ପଷ୍ଟ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।