ତଳମୁହାଁ କରୋନା ମିଟର : ରାଜ୍ୟରେ ୪୩୪ କରୋନା ଆକ୍ରାନ୍ତ ଚିହ୍ନଟ, ୫ମୃତ

100

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୪୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ‌ସେମାନଙ୍କ ମଧ୍ୟରୁ ୨୪୯ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୮୫ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୦ ହଜାର ୧୭ରେ ପହଞ୍ଚିଛି । ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୧୩ ହଜାର ୩୯୪ ଜଣ ।

ଗତ ୨୪ ଘଣ୍ଟା ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ‌ବାଲେଶ୍ବରରୁ ୧୦ ଜଣ, ବରଗଡ଼ରୁ ୨୩ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୨୯ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୨୮ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୨ ଜଣ, ଗଞ୍ଜାମରୁ ୯ ଜଣ, ଜଗତ୍‌ସିଂହପୁରରୁ ୯ ଜଣ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୮ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କେନ୍ଦୁଝରରୁ ୨୫ ଜଣ, ଖୋର୍ଦ୍ଧାରୁ ୫୪ ଜଣ, କୋରାପୁଟରୁ ୬ ଜଣ, ମାଲକାନଗିରିରୁ ୨ ଜଣ, ମୟୂରଭଞ୍ଜରୁ ୨୭ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୩୦ ଜଣ, ପୁରୀରୁ ୧୯ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୮ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୪୧ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏପଟେ କରୋନା ହେତୁ ପୁଣି ୫ ଜଣଙ୍କର ମୃତ୍ୟୁ ହୋଇଛି।

Comments are closed.