ତାତିରୁ ସାମୟିକ ଆଶ୍ୱସ୍ତି । ଆଉ ୫ ଦିନ ରହିବ ବର୍ଷାପାଗ । ୫ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ ଦିନର ସର୍ବୋଚ୍ଚ ତାପମାତ୍ରା

327

କନକ ବ୍ୟୁରୋ: ନିମ୍ନ ଚାପରେଖା ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ପ୍ରଭାବରେ ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି । ବିଶେଷ କରି ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି । ପାଣିପାଗ ବିଭାଗର ପୂର୍ବାନୁମାନ, ଆଗାମୀ ୫ ଦିନ ଯାଏଁ ଲାଗି ରହିବ ବର୍ଷା । କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଏବଂ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ବହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

  • ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା
  • ଆଗାମୀ ୩ ଦିନ ୫ରୁ ୬ ଡିଗ୍ରୀ କମିପାରେ ତାପମାତ୍ରା
  • କାଲି ସକାଳ ଯାଏଁ ୧୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ରାଜ୍ୟରେ ଜାରି ରହିଛି ହାଲୁକାରୁ ମଧ୍ୟମ ଧରଣର ବର୍ଷା । ନିମ୍ନ ଚାପରେଖା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଫଳରେ ଅନେକ ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା ହ୍ରାସ ପାଇଛି । ଆଭ୍ୟନ୍ତରୀଣ ଓଡ଼ିଶାଠାରୁ ଦକ୍ଷିଣ-ପୂର୍ବ ରାଜସ୍ଥାନ ପର୍ଯ୍ୟନ୍ତ ଛତିଶଗଡ଼ ଦେଇ ଏକ ନିମ୍ନଚାପ ରେଖା ଗତି କରୁଛି । ଆଗାମୀ ୫ ଦିନ ଯାଏଁ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବିଶେଷ କରି ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି । କିଛି ସ୍ଥାନରେ ଝଡ଼ତୋଫାନ ଯୋଗୁଁ ଗଛ ଉପୁଡି ଯିବା ସହ କଚ୍ଚା ଘର ପ୍ରଭାବିତ ହୋଇଛି ।

କାଲି ସକାଳ ପର୍ଯ୍ୟନ୍ତ ଦକ୍ଷିଣ ଉପକୂଳ, ଉତ୍ତର ଉପକୂଳ ଓ ଉତ୍ତର ଆଭ୍ୟନ୍ତର ଓଡ଼ିଶାରେ ବର୍ଷା ହୋଇପାରେ । ୯ ତାରିଖରେ ୭ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ ।

  • ୫ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ ଦିନର ସର୍ବୋଚ୍ଚ ତାପମାତ୍ରା
  • ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ବହିପାରେ ପବନ
  • କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଆଶଙ୍କା

କାଳବୈଶାଖୀ ଯୋଗୁଁ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି । ଦୀର୍ଘଦିନର ଗ୍ରୀଷ୍ମପ୍ରବାହ ପରେ ତାତିରୁ ଆଶ୍ୱସ୍ତି ମିଳିଛି ।