ଆଜି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସୁଛି ନୀତି ଅୟୋଗ ଗଭର୍ଣ୍ଣିଂ କାଉନସିଲ ବୈଠକ, ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

87

କନକ ବ୍ୟୁରୋ : ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନୀତି ଆୟୋଗ ଗଭନିଂ କାଉନସିଲ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ବୈଠକରେ ନବୀନ ଓଡ଼ିଶାକୁ ଫୋକସ ଷ୍ଟେଟର ମାନ୍ୟତା, କୃଷି, ସ୍ୱାସ୍ଥ୍ୟ ସହ ରାଜ୍ୟ ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗ ଉଠାଇବେ ବୋଲି ସୂଚନା ରହିଛ ।
ସ୍ୱତନ୍ତ୍ର ରାଜ୍ୟ ପାହ୍ୟ ବ୍ୟବସ୍ଥା ଉଚ୍ଛେଦ ହୋଇଛି । ଓଡ଼ିଶାକୁ ସ୍ୱତନ୍ତ୍ର ଫୋକସ ଷ୍ଟେଟ ଦେବାକୁ ମୁଖ୍ୟମନ୍ତ୍ରୀ ଦାବି କରିବେ । ୨ ଦଶନ୍ଧି ଧରି କେନ୍ଦ୍ର ସରକାରଙ୍କ ନିକଟରେ ଓଡ଼ିଶା ଏହି ଦାବି କରିଆସୁଛି । ହେଲେ କେନ୍ଦ୍ର ପ୍ରତିଶ୍ରୁତି ଦେଇ ଅଣଦେଖା କରୁଛି ।