ସାରା ରାଜ୍ୟକୁ ଛୁଇଁଲା ମୌସୁମୀ, ୨୩ ପର୍ଯ୍ୟନ୍ତ ବର୍ଷା। ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ।

242

କନକ ବ୍ୟୁରୋ : ରାଜ୍ୟକୁ ଛୁଇଁଲା ମୌସୁମୀ । ସାରା ରାଜ୍ୟରେ ପ୍ରବାହିତ ହେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏନେଇ ସୂଚନା ଦେଇଛି ଆଞ୍ଚଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାର ପ୍ରଭାବରେ ଆଜିଠୁ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶା ଯଥା, ବାଲେଶ୍ୱର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, ଗଜପତି, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।

ସେହିପରି ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଓ ବଲାଙ୍ଗିରର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି । ସେହିପରି ୨୧ ତାରିଖ ଦିନ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୁରଭଂଜ, ଢେଙ୍କାନାଳ, ଅନୁଗୁଳ, ବଲାଙ୍ଗିର, ସୋନପୁର ଓ କଳାହାଣ୍ଡିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୨ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ସମ୍ବଲପୁର, ଅନୁଗୁଳ, ବଲାଙ୍ଗିର, ସୋନପୁର ଓ କଳାହାଣ୍ଡି ଜିଲ୍ଳାରେ ବର୍ଷା ସମ୍ଭାବନା ରହିଛି । ୨୩ ତାରିଖ ଦିନ ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାଣ୍ଣିଂ ଜାରି ହୋଇଛିା