କନକ ବ୍ୟୁରୋ : ଆଜି ପାଇଁ ଅର୍ଦ୍ଧନମିତ ରହିବ ଜାତୀୟ ପତାକା । ବାହାନଗା ରେଳ ଦୁର୍ଘଟଣା ପାଇଁ ଅର୍ଦ୍ଧନମିତ ରହିବ ଜାତୀୟ ପତାକା । ଦିନିକିଆ ଶୋକ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏହାସହିତ କୌଣସି ସରକାରୀ ଉତ୍ସବ ପାଳନ ହେବନି ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି ।
ଟ୍ରେନ୍ ଦୁର୍ଘଟଣାକୁ ନେଇ ସାରା ଦେଶ ଏବେ ମର୍ମାହତ । ସମୟ ଗଡିବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ପରିବାର ପରିଜନ ନିଜ ଲୋକଙ୍କୁ ଏବେ ବି ଖୋଜି ହେଉଛନ୍ତି । ସବୁଆଡେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ଦିନିକିଆ ଶୋକ ଘୋଷଣା କରିଛନ୍ତି ରାଜ୍ୟ ସରକାର
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)
/kanak/media/post_attachments/wp-content/uploads/2023/06/52.jpg)