ରାଜ୍ୟରେ ଗୋଟିଏ ଦିନରେ ୫୨୪ ପଜିଟିଭ : ଶୁନରୁ ୧୮ ବର୍ଷ ଭିତରେ ୭୫ଜଣ ଚିହ୍ନଟ

81

କନକ ବ୍ୟୁରୋ : ରାଜ୍ୟରେ ୨୪ ଘଂଟାରେ ୫୨୪ ନୂଆ ଆକ୍ରାନ୍ତ ଚିହ୍ନଟ । ଶୁନରୁ ୧୮ ବର୍ଷ ଭିତରେ ୭୫ଜଣ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୩୦୬ ଜଣ ସଂଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୨୧୮ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଖୋର୍ଦ୍ଧାରୁ ୨୫୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୬ ଜଣ, ବାଲେଶ୍ୱରରୁ ୨୦ ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୭୫ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୫ ଜଣ, ଯାଜପୁରରୁ ୧୪ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୭ ଜଣ, କେନ୍ଦୁଝରରୁ ୩ ଜଣ, କୋରାପୁଟରୁ ୩ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୮ ଜଣ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ ପୁଲରୁ ୫୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

୨୪ ଘଂଟାରେ ୫୨୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ତେବେ ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୦ ହଜାର ୫୧୮କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରେ ୧୦ ଲକ୍ଷ ୧୭ ହଜାର ୧୧୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ୧୧୧ ରହିଛି । ୨୪ ଘଂଟାରେ କରୋନାରେ ୭ ଜଣଙ୍କ ମୃତ୍ୟୁ ହୋଇଛି ।