କନକ ବ୍ୟୁରୋ: ରାଉରକେଲାରେ ଝାଡ଼ାବାନ୍ତି ଆତଙ୍କ ଜାରି ରହିଛି । ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ୪ଟି ଭିନ୍ନ ଭିନ୍ନ ଡାକ୍ତରଖାନାରେ ଚାଲିଛି ରୋଗୀଙ୍କ ଚିକିତ୍ସା । ବର୍ତ୍ତମାନ ସୁଦ୍ଧା ୯ଜଣଙ୍କ ଜୀବନ ନେଲାଣି ଝାଡାବାନ୍ତି । ଏହା ଜଳବାହିତ ରୋଗ ଏବଂ ଭିବ୍ରିଓ କଲେରା ବାକ୍ଟେରିଆ ଯୋଗୁଁ ହେଉଛି ବୋଲି କହିଛନ୍ତି ରାଉରକେଲା ସରକାରୀ ଡାକ୍ତରଖାନାର ସୁପରିଟେଣ୍ଡେଣ୍ଟ ସୁଧାରାଣୀ ପ୍ରଧାନ ।

Advertisment

ସଂକ୍ରମଣ ରୋକିବାକୁ ଉଭୟ ଜିଲ୍ଲା ପ୍ରଶାସନ ଓ ସ୍ୱାସ୍ଥ୍ୟବିଭାଗ ତତ୍ପରତା ଦେଖାଇଛନ୍ତି । ରାଉରକେଲା ମହାନଗର ନିଗମ ପକ୍ଷରୁ ୧୨ଟି ସ୍ୱାସ୍ଥ୍ୟଟିମ୍ ଗଠନ କରାଯାଇଛି । ବସ୍ତି ଓ କଲୋନି ବୁଲି ଲୋକମାନଙ୍କୁ ସଚେତନ କରାଇବା ସହ ସ୍ୱାସ୍ଥ୍ୟ ପରୀକ୍ଷା କରି ଔଷଧ ବାଂଟୁଛନ୍ତି । ଆବଶ୍ୟକ ପଡିଲେ ରୋଗୀଙ୍କୁ ଡାକ୍ତରଖାନା ପଠାଯାଉଛି । ସହରର ବିଭିନ୍ନ ବସ୍ତି ଓ କଲୋନି ପାଇପ ଯୋଗେ ଯୋଗାଣ ହେଉଥିବା ପାଣିର ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।