କନକ ବ୍ୟୁରୋ : ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ ପକ୍ଷରୁ ୪ଟି ସେବା ପାଇଁ ଆରମ୍ଭ ହେଲା ଅନଲାଇନ ବ୍ୟବସ୍ଥା । ଏଣିକି ଧାନ ବିକ୍ରୟ ପାଇଁ ଚାଷୀଙ୍କ ପଞ୍ଜୀକରଣ, ରେସନ କାର୍ଡ ପାଇଁ ଆବେଦନ ଓ ସଂଶୋଧନ, ସୁଲଭ ମୂଲ୍ୟ ଦୋକାନ ପାଇଁ ଲାଇସେନସ ଫି ପ୍ରଦାନ ଏବଂ ସୁଲଭ ମୂଲ୍ୟ ଦୋକାନମାନଙ୍କ ଦ୍ୱାରା ଖାଦ୍ୟଶସ୍ୟର ମୂଲ୍ୟ ପ୍ରଦାନ ଅନଲାଇନରେ ହେବ । ଭିଡିଓ କନଫରେନ୍ସିଂ ଜରିଆରେ ଏହି କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସାରା ଓଡିଶାର ସାଢ଼େ ତିନି କୋଟି ଲୋକ ସିଧାସଳଖ ଏହି ବିଭାଗ ସହିତ ଯୋଡି ହୋଇ ରହିଛନ୍ତି । ତେଣୁ ସାଧାରଣ ଲୋକ ପରିବର୍ତ୍ତନର ସୁଫଳ ଯେପରି ଠିକ୍ ଭାବରେ ପାଇପାରିବେ, ସେଥିପାଇଁ ଅନଲାଇନ ବ୍ୟବସ୍ଥା କରାଯାଇଛି । ଏଣିକି ଲୋକମାନେ ଘରେ ବସି ଏହି ସବୁ ସୁବିଧା ପାଇପାରିବେ । ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ କହିଛନ୍ତି, ୫ଟି ଅଧିନରେ ବ୍ୟାପକ ପରିବର୍ତନ ଆଣିବା ପାଇଁ ବିଭାଗ ପ୍ରତିଶ୍ରୁତିବଦ୍ଧ ହୋଇ କାର୍ଯ୍ୟ କରୁଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/10/Lockdown_24_20200426_571_855.jpg)