ଟ୍ରେନ ଦୁର୍ଘଟଣା ନେଇ ରାଷ୍ଟ୍ରପତିଙ୍କ ଦୁଃଖ ପ୍ରକାଶ, ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ ।

245

କନକବ୍ୟୁରୋ :ପଶ୍ଚିମବଙ୍ଗ ଟ୍ରେନ୍ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି । ସେହିପରି ଦୁର୍ଘଟଣା ନେଇ ରେଲୱେ ଅଧିକାରୀଙ୍କ ସହ କଥା ହୋଇଥିବା ଟ୍ୱିଟ୍ କରି କହିଛନ୍ତି ପ୍ରଧାନମନ୍ତ୍ରୀ । ଏହା ସହ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘଟଣାସ୍ଥଳକୁ ଯାଉଛନ୍ତି । ଆହତଙ୍କୁ ହସ୍ପିଟାଲରେ ଭର୍ତି କରାଯାଇଥିବା ଟ୍ୱିଟ୍ କରି ସୂଚନା ଦେଇଛନ୍ତି ରେଳମନ୍ତ୍ରୀ । ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଂଚିଥିବା ସେ ସୂଚନା ଦେଇଛନ୍ତି । ଏଥିସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଘଟଣାରେ ଦୁଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରଙ୍କୁ ସମବେଦନା ଜଣାଇଛନ୍ତି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।