ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଭିଭାଷଣ: କହିଲେ, ପ୍ରଧାନମନ୍ତ୍ରୀ ଯେଉଁ ପ୍ରକଳ୍ପର ଶିଳାନ୍ୟାସ କରନ୍ତି ସେହି ପ୍ରକଳ୍ପର ଲୋକାର୍ପଣ ମଧ୍ୟ କରନ୍ତି

154

କନକ ବ୍ୟୁରୋ: ସମ୍ବଲପୁରର ନୂଆ କ୍ୟାମ୍ପସର ଉଦଘାଟନ ଉତ୍ସବରେ ମୋଦୀ ସରକାରଙ୍କ ଓଡ଼ିଶା ପ୍ରତି ଅବଦାନ କଥା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ର କହିଛନ୍ତି, ୨୦୦୪ରୁ ୨୦୧୪ ମଧ୍ୟରେ ତକକାଳୀନ କେନ୍ଦ୍ର ସରକାର ୩ ଲକ୍ଷ କୋଟି ଟଙ୍କା ଦେଇଥିବା ବେଳେ ଗତ ୧୦ ବର୍ଷରେ ଓଡ଼ିଶାକୁ ୧୮ ଲକ୍ଷ କୋଟି ଟଙ୍କା ପ୍ରଦାନ କରିଛନ୍ତି ମୋଦୀ । ପୂର୍ବ ଭାରତ ବିକାଶ କରିବା ଉପରେ ମୋଦୀ ଗୁରୁତ୍ୱ ଦେଇଛନ୍ତି । ଆଇଆଇଏମ ସମ୍ବଲପୁରର ଉଦାହରଣ ଦେଇ ଧର୍ମେନ୍ଦ୍ର କହିଛନ୍ତି, ପ୍ରଧାନମନ୍ତ୍ରୀ ଯେଉଁ ପ୍ରକଳ୍ପର ଶିଳାନ୍ୟାସ କରନ୍ତି ସେହି ପ୍ରକଳ୍ପର ଲୋକାର୍ପଣ ମଧ୍ୟ କରନ୍ତି । ତେବେ ଓଡ଼ିଶାର ବିଦ୍ୟୁତ୍ ଶକ୍ତି କ୍ଷେତ୍ରରେ ୫୭ ହଜାର କୋଟି ନିବେଶ ହେବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ।