କନକ ବ୍ୟୁରୋ : ଆଜି ହେଉଛି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଆଜି ସେ ୭୫ ବର୍ଷରେ ପାଦ ଥାପିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
Birthday greetings to Odisha CM Shri Naveen Patnaik Ji. Praying for his long and healthy life. @Naveen_Odisha
— Narendra Modi (@narendramodi) October 16, 2020
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନ୍ମଦିନର ଶୁଭେଚ୍ଛା ଜଣାଇ ନିଜର ଟୁଇଟରରେ ଲେଖିଛନ୍ତି, ‘ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା।’
ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ । ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ଦୀର୍ଘାୟୁ ରଖନ୍ତୁ । ଆପଣଙ୍କ ସୁସ୍ଥ ଓ ନୀରାମୟ ଜୀବନ କାମନା କରୁଛି ।
— Dharmendra Pradhan (@dpradhanbjp) October 16, 2020
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୁଭେଚ୍ଛା ଜଣାଇ ନିଜର ଟୁଇଟରରେ ଲେଖିଛନ୍ତି, ‘ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ଦୀର୍ଘାୟୁ ରଖନ୍ତୁ। ଆପଣଙ୍କ ସୁସ୍ଥ ଓ ନିରାମୟ ଜୀବନ କାମନା କରୁଛି।’