ମାର୍ଚ୍ଚ ୫ରେ ପୁଣି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ । ଚଣ୍ଡିଖୋଲରେ କରିବେ ସାଧାରଣ ସଭା ।

185

କନକ ବ୍ୟୁରୋ: କିଛି ଦିନର ବ୍ୟବଧାନ ପରେ ପୁଣି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆସନ୍ତା ମାର୍ଚ୍ଚ ୫ ତାରିଖରେ ମୋଦୀ ପୁଣିଥରେ ଓଡିଶା ଆସୁଥିବା ନେଇ ସୂଚନା ମିଳିଛି । ଏହି ଗସ୍ତ ଅବସରରେ ମୋଦୀ ଚଣ୍ଡିଖୋଲରେ ଏକ ସାଧାରଣ ସଭା କରିବା ସହିତ କିଛି ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ତେବେ ପ୍ରଧାନମନ୍ତ୍ରୀଙ୍କର ଗସ୍ତର କାର୍ଯ୍ୟସୂଚୀ ପ୍ରସ୍ତୁତ ହେଇନାହିଁ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ନିର୍ବାଚନ ସହ ପ୍ରଭାରୀ ଲତା ଉସେଣ୍ଡି ।

ତେବେ ଏହା ପୂର୍ବରୁ ଫେବ୍ରୁଆରୀ ୩ ତାରିଖରେ ଓଡିଶା ଆସିଥିଲେ ମୋଦୀ । ସମ୍ବଲପୁର ଗସ୍ତରେ ଆସି, ସେତେବେଳେ ୬୮ ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ । ଖାଲି ସେତିକି ନୁହେଁ, ସମ୍ବଲପୁର ଆଇଆଇଏମ୍ ସ୍ଥାୟୀର କ୍ୟାମ୍ପସର ମଧ୍ୟ ଲୋକାର୍ପଣ କରିଥିଲେ ମୋଦୀ । ଆଉ ଏହାର ପ୍ରାୟ ଏକ ମାସ ପରେ ପୁଣିଥରେ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ।