କରୋନା ସ୍ଥିତି ନେଇ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ: ଟିକାକରଣ ଉପରେ ଦେଲେ ଗୁରୁତ୍ୱ

166

କନକ ବ୍ୟୁରୋ: କରୋନା ସ୍ଥିତି ନେଇ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବୈଠକରେ ଟିକାକରଣ ଉପରେ ଜୋର ଦେଲେ ପ୍ରଧାନମନ୍ତ୍ରୀ । କହିଲେ, ଅଧିକରୁ ଅଧିକ ଲୋକଙ୍କୁ ଟିକାକରଣ କରାଯାଉ । ପ୍ରଧାମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରାୟ ୩ ଘଣ୍ଟା ଚାଲିଲା ବୈଠକ । ଜିଲ୍ଲାସ୍ତରରେ ସ୍ୱାସ୍ଥ୍ୟସେବାକୁ ସୁଦୃଢ କରିବା ଉପରେ ମଧ୍ୟ ଗୁରୁତ୍ୱ ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଏହାସହ ମୁଖ୍ୟମନ୍ତ୍ରୀମାନଙ୍କ ସହ ମଧ୍ୟ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ।

ସେହିପରି କୋଭିଡ ନିୟମ କଡାକଡି ପାଳନ ଉପରେ ମଧ୍ୟ ଗୁରୁତ୍ୱ ଦେଇଛନ୍ତି । ସ୍ଥିତିର ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବାକୁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଦେଶରେ କରୋନା ସଂକ୍ରମଣ ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ସରକାର ଆଗୁଆ ସତର୍କ ହୋଇଛନ୍ତି । ଏହାସହ ଟିକାକରଣ ଉପରେ ଅଧିକ ଗୁରୁତ୍ୱ ଦେଉଛନ୍ତି ।