ଆଜି ଦେଶର ୫୦୮ଟି ରେଳ ଷ୍ଟେସନର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ । ତାଲିକାରେ ଓଡ଼ିଶାର ୨୫ଟି ଷ୍ଟେସନ୍

284

କନକ ବ୍ୟୁରୋ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ୫୦୮ଟି ରେଳ ଷ୍ଟେସନର ଶିଳାନ୍ୟାସ କରିବେ । ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶିଳାନ୍ୟାସ କରିବା ସହ ଅନ୍ୟ ସମସ୍ତ ଷ୍ଟେସନରେ ଅତିଥିମାନେ ଉପସ୍ଥିତ ରହିବେ । ଏହି ଅବସରରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସମେତ ଅନ୍ୟ ଦୁଇ ରେଳ ରାଷ୍ଟମନ୍ତ୍ରୀ ସାମିଲ ହେବେ । ଏହି ଷ୍ଟେସନ୍ ଗୁଡ଼ିକୁ ଅମୃତ ଭାରତ ଯୋଜନାରେ ବିକାଶ କରାଯିବ । ଏହି ତାଲିକାରେ ଓଡ଼ିଶାର ୨୫ଟି ଷ୍ଟେସନ୍ ରହିଛି ।

ରାଜଧାନୀ ଭୁବନେଶ୍ୱରରେ ଲିଙ୍ଗରାଜ ଟେମ୍ପଲ ରୋଡରେ ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏଥିରେ ସାଂସଦ ଅପରାଜିତା ଷଡଙ୍ଗୀ, ଏକାମ୍ର ବିଧାୟକ ତଥା ମନ୍ତ୍ରୀ ଅଶୋକ ପଣ୍ଡା ଉପସ୍ଥିତ ରହିବେ । ଲିଙ୍ଗରାଜ ଟେମ୍ପଲ ରୋଡ୍ ଷ୍ଟେସନର ବିକାଶ ପାଇଁ ୧୯ କୋଟି ୫୦ ଲକ୍ଷ ଟଙ୍କା ଖର୍ଚ୍ଚ ହେବ । ସେହିପରି ୨୬ କୋଟି ୯୦ ଲକ୍ଷ ଟଙ୍କା ଖର୍ଚ୍ଚ ହେବାକୁ ଥିବା ମଞ୍ଚେଶ୍ୱର ଷ୍ଟେସନ ଶିଳାନ୍ୟାସ କାର୍ଯ୍ୟକ୍ରମରେ ସାଂସଦ ଅପରାଜିତାଙ୍କ ସମେତ ଉତର ବିଧାୟକ ସୁଶାନ୍ତ ରାଉତ ଉପସ୍ଥିତ ରହିବେ ।