ନୂତନ ସଂସଦ ଭବନର ଆଜି ଭୂମି ପୂଜନ କରିବେ ପ୍ରଧାନମନ୍ତ୍ରୀ : ଶିଳାନ୍ୟାସ ଉତ୍ସବରେ ଯୋଗଦେବେ ୨୦୦ ଅତିଥୀ

୨୦୨୨ ସୁଧା ଶେଷ ହେବ ନୂଆ ସଂସଦ ଭବନ, ଖର୍ଚ୍ଚ ହେବ ୯୭୧ କୋଟି ଟଙ୍କା

189

କନକ ବ୍ୟୁରୋ : ଆଜି ନୂଆ ସଂସଦ ଭବନର ଭୂମି ପୂଜନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଶିଳାନ୍ୟାସ ଉତ୍ସବରେ ପ୍ରାୟ ୨ଶହ ଅତିଥୀ ସାମିଲ ହେବେ । ଅତିଥୀଙ୍କ ଭିତରେ ଅଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପୂର୍ବତନ ଲୋକସଭା ବାଚସ୍ପତିଙ୍କ ସମେତ ସମସ୍ତ ରାଜନୈତିକ ଦଳର ମୁଖ୍ୟ । ତେବେ କୋଭିଡ ସମୟରେ ବିଭିନ୍ନ କାର୍ଯ୍ୟକ୍ରମରେ ମୋଦି ଡିଜିଟାଲ ମାଧ୍ୟମରେ ଉପସ୍ଥିତ ରହୁଥିବାବେଳେ ଏହି କାର୍ଯ୍ୟକ୍ରରେ ପ୍ରତ୍ୟକ୍ଷ ଭାବେ ଯୋଗଦେବେ ।

ଆଜି ଭିତିପ୍ରସ୍ତର ସ୍ଥାପନ ପରେ ଚଳିତ ମାସ ହିଁ ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ । ଅକ୍ଟୋବର ୨୦୨୨ ସୁଦ୍ଧା ନିର୍ମାଣ କାର୍ଯ୍ୟ ଶେଷ ହୋଇପାରେ । ତେବେ ନୂଆ ସଂସଦ ଭବନକୁ ପେପରଲେସ୍ କରିବା ଉପରେ ଗୁରୁତ୍ୱ ଦିଆଯାଇଛି । ଏଥିପାଇଁ ପ୍ରତ୍ୟେକ ସାଂସଦଙ୍କୁ ଡିଜିଟାଲ ସୁବିଧା ଯୋଗାଇ ଦିଆଯିବ । ସ୍ୱାଧୀନତାର ୭୫ବର୍ଷ ପୂର୍ତି ଅବସରରେ ସଂସଦର ଉଭୟ ଗୃହ କାର୍ଯ୍ୟ ଆରମ୍ଭ ହେବ । ଏଥିପାଇଁ ନୂଆ ସଂସଦ ବିଲଣ୍ଡିଂରେ ଲୋକସଭା ସଦସ୍ୟଙ୍କ ପାଇଁ ୮୮୮ଟି ସିଟ ଓ ରାଜ୍ୟସଭା ସଦସ୍ୟଙ୍କ ପାଇଁ ୩୨୬ରୁ ଅଧିକ ସିଟର ବ୍ୟବସ୍ଥା ହେବ ।

ନୂଆ ସଂସଦ ଗୃହ ତ୍ରିକୋଣୀୟ ହେବ ଏବଂ ବସିବା କ୍ଷମତା ଦୃଷ୍ଟିରୁ ବର୍ତମାନର ସଂସଦଠାରୁ ବଡ ହେବ । ବର୍ତମାନ ଥିବା ସଂସଦ ନିକଟରେ ନୂଆ ସଂସଦ ଭବନ ନିର୍ମାଣ କରାଯିବ । ୬୪ହଜାର ୫ଶହ ବର୍ଗ ମିଟର ଅଂଚଳରେ ନିର୍ମାଣ ହେବ ଏହି ବିଲଣ୍ଡିଂ । ଏଥିପାଇଁ ଖର୍ଚ୍ଚ ହେବ ପ୍ରାୟ ୯୭୧କୋଟି ଟଙ୍କା । ଏହି ନିର୍ମାଣ କାର୍ଯ୍ୟ ପାଇଁ ଟାଟା ପ୍ରୋଜେକ୍ଟସକୁ ଠିକା ଦିଆଯାଇଛି । ଏଚସିପି ଡିଜାଇନ, ପ୍ଲାନିଂ ଓ ମ୍ୟାନେଜମେଂଟ ପ୍ରାଇଭଟେ ଲିମିଟେଡ ଏହାର ନକ୍ସା ପ୍ରସ୍ତୁତ କରିଛି । ଆତ୍ମନିର୍ଭର ଭାରତର ମନ୍ଦିର ଭାବେ ଏହା ଭାରତର ବିବିଧତାକୁ ପ୍ରତିଫଳିତ କରିବ ।