୧୫ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା, ସତର୍କ କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର

52

କନକ ବ୍ୟୁରୋ: ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଜାରି ରହିଛି । ଓଡିଶା ଉପକୂଳ ଏବଂ ତାର ଆଖପାଖ ଅଞ୍ଚଳରେ ପବନ ସହ ଘଣ୍ଟା ପ୍ରତି ୪୫ରୁ ୫୫ କିମି ସହ ସର୍ବାଧିକ ୬୫ କିମି ଯାଏ ରହିବ । ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ଏହି ସ୍ଥିତିକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ୧୫ ତାରିଖ ଯାଏ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି ।

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରିରହିଛି । ଶନିବାର ଉପକୂଳ ଓଡିଶାରେ ବର୍ଷା ଜାରିରହିଛି । ଟ୍ୱିନ ସିଟିରେ ମଧ୍ୟ ଜାରିରହିଛି ବର୍ଷା । ଘଣ୍ଟାପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ସମ୍ଭାବନା ଥିବା ବେଳେ ସତର୍କ କରିଛି ଆଞ୍ଚିଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।