କନକ ବ୍ୟୁରୋ: ଆସନ୍ତା ୨୮ ତାରିଖରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବାର ତାରିଖ ଘୋଷଣା କରାଯିବ । ତେବେ ୩୦ କିମ୍ବା ୩୧ ତାରିଖରେ ପରୀକ୍ଷା ଫଳ ପ୍ରକାଶ ପାଇପାରେ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି ।
ସୂଚନା ମୁତାବକ, ପରୀକ୍ଷା ଫଳ ପ୍ରକାଶ ପାଇବା ପାଇଁ ଖାତା ଦେଖାଠାରୁ ଆରମ୍ଭ କରି ଟାବୁଲେସନ୍ ସବୁ ପ୍ରକାଶ ଶେଷ ହୋଇଛି । ଖୁବ ଶୀଘ୍ର ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି । ପ୍ରଥମେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ଏହାପରେ ଜୁନ୍ ୮ ସୁଦ୍ଧା ପ୍ରକାଶ ପାଇପାରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2023/05/4-29.jpg)