ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷାଫଳ: ଦିନ ୧୧ଟାରେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ

126

କନକ ବ୍ୟୁରୋ: ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷାଫଳ । ଦିନ ୧୧ଟାରେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ସିଏଚଏସଇ, ପକ୍ଷରୁ ସୂଚନା ଦିଆଯାଇଛି । ତେବେ ପରବର୍ତୀ ସମୟରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ । ମାର୍ଚ୍ଚ ୧ ତାରିଖରୁ ଯୁକ୍ତ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଏପ୍ରିଲ୍ ୫ ତାରିଖରେ ଶେଷ ହୋଇଥିଲା । ସେହିପରି ଏପ୍ରିଲ୍ ୧୦ ତାରିଖରେ ଖାତା ଦେଖା ଆରମ୍ଭ ହୋଇଥିଲା । ଏପଟେ ଯୁକ୍ତଦୁଇ ପ୍ରଥମ ବର୍ଷର ନାମଲେଖା ପ୍ରକ୍ରିୟା ଚାଲିଛି । ସିଏଚଏସଇ ଅଧିନ ବିଦ୍ୟାଳୟର କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ଆରମ୍ଭ ହୋଇଛି ।