କନକ ବ୍ୟୁରୋ: ଭୁବନେଶ୍ୱରରେ ଆଜିଠାରୁ ଆୟୋଜିତ ହେବାକୁ ଯାଉଛି ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ। ଏହା ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ। ବୈଠକରେ ଜି-୨୦ ସଦସ୍ୟ ରାଷ୍ଟ୍ର, ନିମନ୍ତ୍ରିତ ରାଷ୍ଟ୍ର ଏବଂ ବିଭିନ୍ନ ଅନ୍ତର୍ଜାତୀୟ ସଂଗଠନର ପ୍ରତିନିଧିମାନେ ଅଂଶଗ୍ରହଣ କରିବେ। ସଂସ୍କୃତି କ୍ଷେତ୍ରରେ ଦେଖା ଦେଇଥିବା ଗମ୍ଭୀର ସମସ୍ୟା ଉପରେ ବିଚାରବିମର୍ଶ କରିବା ଲାଗି ଏହି ବୈଠକ ଏକ ମଞ୍ଚ ଯୋଗାଇ ଦେବ।
ଏଥିପୂର୍ବରୁ ମଧ୍ୟପ୍ରଦେଶର ଖଜୁରୋହୋଠାରେ ପ୍ରଥମ ସଂସ୍କୃତି କାର୍ଯ୍ୟଗୋଷ୍ଠୀ ବୈଠକ ଆୟୋଜିତ ହୋଇଥିଲା। ଏହାପରେ ଦୁଇମାସ ଧରି ବିଶେଷଜ୍ଞମାନଙ୍କ ଦ୍ୱାରା ବୈଶ୍ୱିକ ବିଷୟବସ୍ତୁ ଉପରେ ଆଧାରିତ ୱେବିନାରରେ ବ୍ୟାପକ ବିଚାରବିମର୍ଶ କରାଯାଇଥିଲା। ଏଥିରୁ ପ୍ରାପ୍ତ ପରିଣାମକୁ ଆଗକୁ ବଢ଼ାଇବା ଉପରେ ଦ୍ୱିତୀୟ ସଂସ୍କୃତି କାର୍ଯ୍ୟଗୋଷ୍ଠୀରେ ଗୁରୁତ୍ୱାରୋପ କରାଯିବ।
Follow Us