କନକ ବ୍ୟୁରୋ : ରିମାଣ୍ଡରେ ଗଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ୨ଦିନିଆ ରିମାଣ୍ଡରେ ନେଇଛି କ୍ରାଇମବ୍ରାଂଚ ଏସଆଇଟି । ପ୍ରଦୀପ ପାଣିଗ୍ରାହୀଙ୍କୁ ରିମାଣ୍ଡ ନେବାକୁ ଭୁବନେଶ୍ୱର ଏସଡ଼ିଜେଏମ୍ କୋର୍ଟ ଅନୁମତି ଦେଇଥିଲେ । ରିମାଣ୍ଡ ବେଳେ ଠକେଇ ନେଇ ଅଧିକ ପଚରାଉଚରା କରିବ ଏସଆଇଟି ।
ଟାଟା ମୋଟର୍ସରେ ଚାକିରୀ କରାଇ ଦେବା ନାଁରେ ଆକାଶ ପାଠକଙ୍କ ସହ ମିଶି ପ୍ରଦୀପ ପାଣିଗ୍ରାହୀ ଲକ୍ଷାଧିକ ଟଙ୍କା ଆଶାୟୀ ଯୁବକ ଯୁବତୀଙ୍କୁ ଠକିଥିଲେ । ଏପରିକି ଟଙ୍କା ନେଇ ଆଶାୟୀଙ୍କୁ ଜାଲ କାଗଜ ପତ୍ର ଦେଉଥିଲେ । ଏନେଇ ପ୍ରଦୀପଙ୍କ ବିରୋଧରେ ଗଂଜାମରେ ଅନେକ ଅଭିଯୋଗ ଆସିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/12/27-15.jpg)