ଆସୁଛି ବାତ୍ୟା! ବର୍ଷା ନେଇ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି

343

କନକ ବ୍ୟୁରୋ: ବର୍ଷା ନେଇ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି । ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ । ଅରେଞ୍ଜ କିମ୍ବା ୟେଲୋ ୱାର୍ଣ୍ଣିଂ ଜିଲ୍ଲାରେ ମୁକାବିଲା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ । ସେହିପରି ବିଭିନ୍ନ ସ୍ଥାନରେ ପାଣି ଜମିବା ସ୍ଥିତିକୁ ମୁକାବିଲା ପାଇଁ ପ୍ରସ୍ତୁକ ରହିବାକୁ କୁହାଯାଇଛି । ୩ତାରିଖ ସନ୍ଧ୍ୟାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ରହିଛି । ୨ ତାରିଖ ବେଳକୁ ଡିପ୍ରେସନର ରୂପ ନେଇପାରେ ଲଘୁଚାପ ।

ଏସଆରସି କହିଛନ୍ତି କି, ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସ୍ଥିତି ଉପୁଜିପାରେ । ଲେହିପରି ତଳିଆ ଅଞ୍ଚଳରେ ପାଣି ଜମିଲେ ନିଷ୍କାସନ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦରକାର ପଡିଲେ କଣ୍ଟ୍ରୋଲ ରୁମ ବ୍ୟବସ୍ଥା ମଧ୍ୟ କରାଯିବ ।

ଦକ୍ଷିଣ ଥାଇଲ୍ୟାଣ୍ଡ ଓ ଉତର ଅଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହା ଉତର ପଶ୍ଚିମ ଦିଗରେ ଗତି କରି ୨ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଡିପ୍ରେସନ ଓ ୩ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ସାଇକ୍ଲୋନିକ ଷ୍ଟର୍ମର ରୂପ ନେବ । ତେବେ ୪ ତାରିଖରେ ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମ ଆକାରରେ ଓଡ଼ିଶା ଓ ଉତର ଆନ୍ଧ୍ର ଉପକୂଳ ସମୁଦ୍ରରେ କେନ୍ଦ୍ରୀଭୂତ ହେବ । ଏହାର ପ୍ରଭାବରେ ୩ତାରିଖ ରାତିରୁ ପ୍ରବଳ ବର୍ଷା ହେବ । ଦକ୍ଷିଣ ଓଡ଼ିଶାର ଉପକୂଳ ଜିଲ୍ଲା ଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସୂଚନା ଦେଇଛନ୍ତି ଆଇଏମଡି ମହାନିର୍ଦ୍ଦେଶକ ।