କନକ ବ୍ୟୁରୋ: ତତଲା କଡେଇରେ ଭାଜି ହେଉଛି ଓଡିଶା । ଗତକାଲି ଦେଶର ସର୍ବାଧିକ ତାପମାତ୍ରା ବୈଦ୍ଧ ଏବଂ ବାରିପଦାରେ ରେକର୍ଡ ହୋଇଛି । ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ବୌଦ୍ଧରେ ଚଳିତ ବର୍ଷର ସର୍ବୋଚ୍ଚ ତାପମାତ୍ରା ରେକର୍ଡ କରାଯାଇଛି । ରାଜ୍ୟର ୧୩ଟି ସହରର ତାପମାତ୍ରା ୪୩ ଡିଗ୍ରୀ ଉପରେ ରହିଛି । ବୌଦ୍ଧ ଓ ବାରିପଦାରେ ପାରା ୪୫.୨ ଡିଗ୍ରୀ ରେକର୍ଡ ହୋଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Advertisment

କେବଳ ଏତିକି ନୁହେଁ ସାରା ବିଶ୍ୱରେ ୯ମ ଉତ୍ତପ୍ତ ସ୍ଥାନ ବୋଲି ରେକର୍ଡ ହୋଇଛି । ସେହିପରି ଓମାନର ଜୋବା ସହର ବିଶ୍ୱର ସବୁଠୁ ଉତପ୍ତ ସହର ପାଲଟିଛି । ଏଠାରେ ୫୦.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଏହାପୂର୍ବରୁ ୨୦୧୦ରେ ଅନ୍ତିମ ଥର ବାରିପଦାରେ ୪୬.୧ ଡିଗ୍ରୀ ତାପମାତ୍ରା ରେକର୍ଡ କରଯାଇଥିଲା । ପ୍ରବଳ ଖରା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ସକାଳ ୮ଟାରୁ ଦିନ ୪ଟା ଭିତରେ ବାହାରକୁ ଯିବା ଅସମ୍ଭାଳ ହେଉଛି । ଜରୁରୀ କାମ ନଥିଲେ ଲୋକେ ପଦାକୁ ବାହାରୁ ନାହାନ୍ତି । ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଜିଠୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ । ପଶ୍ଚିମା-ଝଡ ଦ୍ୱାରା ପ୍ରଶମିତ କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ୨ ରୁ ୩ ଡ଼ିଗ୍ରି ଯାଏଁ ହ୍ରାସ ଘଟିବାରେ ସମ୍ଭାବନା ରହିଛି, ଯାହାରା ପ୍ରଭାବରେ ଆଜିଠୁ ରୁ ୨୪ ଏପ୍ରିଲ ମଧ୍ୟରେ ରାଜ୍ୟରେ ତାତିରୁ ସାମୟିକ ଆଶ୍ୱସ୍ତି ମିଳିବାର ସମ୍ଭାବନା ରହିଛି ।