୪୨ ଡିଗ୍ରୀ ଛୁଇଁଲା ତାପମାତ୍ରା, ମାଲକାନଗିରି ଓ ବୌଦ୍ଧରେ ତାପମାତ୍ରା ୪୨ ଡିଗ୍ରୀ । ଅଂଶୁଘାତ ପାଇଁ ମାର୍ଗଦର୍ଶିକା ଜାରି କଲା ସ୍ୱାସ୍ଥ୍ୟ ବିଭାଗ ।

128

କନକ ବ୍ୟୁରୋ: ଉପର ମୁହାଁ ପାରଦ, ତାତିଲା ଓଡିଶା । ୪୨ ଡିଗ୍ରୀ ଛୁଇଁଲା ତାତି । ମାଲକାନଗିରି ଓ ବୌଦ୍ଧରେ ତାପମାତ୍ରା ୪୨ ଡିଗ୍ରୀ ଛୁଇଁଥିବା ବେଳେ ୫ଟି ସହରରେ ତାତି ୪୧ ଡେଇଁଛି । ସେହିଭଳି ୧୧ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ କରାଯାଇଛି । ପ୍ରବଳ ଖରା ଯୋଗୁ ଅଂଶୁଘାତ ହେବାର ଭୟ ରହିଥିବା ଏ ନେଇ ମାର୍ଗଦର୍ଶିକା ଜାରି କରିଛି ଜନସ୍ୱାସ୍ଥ୍ୟ ବିଭାଗ । ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ରହିବ ଅଂଶୁଘାତ ପାଇଁ ୬ଟି ସ୍ୱତନ୍ତ୍ର ବେଡ୍ । ସେହିଭଳି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୨ଟି ଓ ପ୍ରାଥମିକ ସ୍ୱାସ୍ଥ୍ୟକେଦ୍ରରେ ଗୋଟିଏ ବେଡ୍ ରହିବ । ଏହାସହ ଆବଶ୍ୟକୀୟ ଔଷଧ ମହଜୁଦ ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।