କନକ ବ୍ୟୁରୋ : ରାଜ୍ୟରେ ଗତ କିଛି ଦିନ ଧରି ଚାଲିଥିବା ଅଦିନିଆ ବର୍ଷା ଆଜି କମିଯାଇଛି । ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ପାଗ ଖରାଟିଆ ରହିଛି । ବର୍ଷା କମିବା ପରେ ରାଜ୍ୟରେ ଶୀତ ବଢିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି ଯେ ରାଜ୍ୟରେ ଆସନ୍ତା କିଛି ଦିନ ପ୍ରବଳ ଶୀତ ଅନୁଭୂତ ହେବ । ୩ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ । ପରବର୍ତ୍ତୀ କିଛି ଦିନରେ ବି ଶୀତପ୍ରବାହ ଜାରି ରହିବ ।
Kanak News is now on WhatsApp
Join and get latest news updates delivered to you via WhatsApp
ଅନ୍ୟପକ୍ଷରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ହେବ ବୋଲି ପାଣିପାଗ ବିଭାଗ କହିଛି । ଏସବୁ ଜିଲ୍ଲା ମଧ୍ୟରେ ରହିଛି କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଅନୁଗୁଳ, ନୟାଗଡ଼, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦୁଝର । ଏସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ସତର୍କତା ବା ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।
ତେବେ ଗତ ୨୪ ଘଣ୍ଟାରେ ରାଜ୍ୟର ପୁରୀରେ ସର୍ବୋଚ୍ଚ ତାପମାତ୍ରା ୨୬.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବାବେଳେ କେନ୍ଦୁଝରରେ ସର୍ବନିମ୍ନ ତାପମାତ୍ରା ୧୩.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।