ଆସନ୍ତାକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ । ୪୮ ଆସନ ପାଇଁ ପଡିବ ଭୋଟ । ୨୦ରୁ ଅଧିକ ହେଭିୱେଟଙ୍କ ଅଗ୍ନି ପରୀକ୍ଷା ।

80

କନକ ବ୍ୟୁରୋ: ଆସନ୍ତାକାଲି ଦେଶରେ ଷଷ୍ଠ ପର୍ଯ୍ୟାୟ ଭୋଟ୍ । ଦେଶର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୫୮ଟି ଆସନରେ ହେବ ମତଦାନ । ଏଥିରେ ରହିଛି ଦିଲ୍ଲୀର ୭ଟି, ବିହାରର ୮ଟି, ହରିୟାଣାର ୧୦ଟି , ଝାଡଖଣ୍ଡର ୪ଟି, ଓଡିଶାର ୬ଟି, ଉତ୍ତରପ୍ରଦେଶର ୧୪ଟି, ପଶ୍ଚିମବଙ୍ଗର ୮ଟି ଓ ଜାମ୍ମୁକାଶ୍ମୀରର ଗୋଟିଏ ଆସନ । ଷଷ୍ଠ ପର୍ଯ୍ୟାୟରେ ୫୮ଟି ଆସନରେ ୮୮୯ ପ୍ରାର୍ଥୀଙ୍କ ହେବ ଭାଗ୍ୟ ପରୀକ୍ଷା । ପ୍ରଚାରର ଶେଷ ଦିନରେ ବିଜେପି, କଂଗ୍ରେସ, ଆମ୍ ଆଦମୀ ପାର୍ଟି, ସମାଜବାଦୀ ପାର୍ଟି ଭଳି ଦଳ ଜୋରଦାର ପ୍ରଚାର କରିଛନ୍ତି । ଶେଷ ଦିନରେ ଭୋଟରଙ୍କ ମନ ଜିଣିବାକୁ ସବୁ ଦଳ ଉଦ୍ୟମ କରିଛନ୍ତି ।

ସେହିଭଳି ଆସନ୍ତାକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ । ରାଜ୍ୟର ୬ ଲୋକସଭା ଆସନ ଓ ୪୨ ବିଧାନସଭା ଆସନରେ ବଡ଼ ବଡ଼ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ସମ୍ବଲପୁର, ଭୁବନେଶ୍ୱର, କଟକ, କେନ୍ଦୁଝର, ଢେଙ୍କାନାଳ ଓ ପୁରୀ ଭଳି ହାଇପ୍ରୋଫାଇଲ ଆସନରେ ଭୋଟ୍ ପଡିବାକୁ ଯାଉଛି । ଯାହା ବଡ ବଡ ନେତାଙ୍କ ପାଇଁ ସମ୍ମାନର ଲଢେଇ । ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ପ୍ରତିଦ୍ୱନ୍ଦିତା କରୁଛନ୍ତି ୪୪୮ ଜଣ ପ୍ରାର୍ଥୀ । କେବଳ ୬ଟି ଲୋକସଭା ପାଇଁ ମୈଦାନରେ ଅଛନ୍ତି ୬୪ ଜଣ ପ୍ରାର୍ଥୀ ଏବଂ ୪୨ ବିଧାନସଭା ଆସନରେ ୩୮୩ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ସେମାନଙ୍କ ମଧ୍ୟରୁ ୩୩୯ ଜଣ ପୁରୁଷ ପ୍ରାର୍ଥୀ ଓ ୪୪ ଜଣ ମହିଳା ପ୍ରାର୍ଥୀ ଅଛନ୍ତି । ଭୋଟ ଦେଇ ବଡ଼ ବଡ଼ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ମୋଟ ୯୪ ଲକ୍ଷ ୪୮ ହଜାରରୁ ଅଧିକ ଭୋଟର ଭୋଟ ଦେଇ ନେତା ବାଛିବେ । ୧୦ହଜାର ୫୫୧ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ କରାଯିବ ।