କନକ ବ୍ୟୁରୋ : ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ଦୁଇ ଜଣଙ୍କ ମୃତ୍ୟୁ । କେନ୍ଦୁଝର ସଦର ବ୍ଲକ କାଠବାରୀ ଗାଁରେ ଏହି ଅଘଟଣ ଘଟିଛି । ଆଉ ୨ ଜଣ ଗୁରୁତର ହୋଇ ଚିିକିତ୍ସିତ ହେଉଛନ୍ତି । ଜଣକୁ କଟକ ସ୍ଥାନାନ୍ତର କରାଯାଇଥିବା ବେଳେ ଆଉ ଜଣଙ୍କୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି ।
ମୃତକ ହେଲେ କାଠବାରୀ ଗାଁର ବାଦଲ ନାଏକ, ବାଇଧର ନାଏକ । ଏକ ବାହାଘର ଭୋଜି ପରେ ପ୍ରବଳ ଶୀତ ହେଉଥିବାରୁ ଜେନେରେଟର ଚାଲୁଥିବା ରୁମେ ଶୋଇପଡିଥିଲେ । ରୁମର କବାଟ, ଝରକା ଦେଇ ଶୋଇଥିବାରୁ ଧୁଆଁ ଯୋଗୁଁ ଅଣନିଶ୍ୱାସୀ ହୋଇ ୨ଜଣଙ୍କ ମୃତ୍ୟୁ ହୋଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/12/8-5.jpg)