ଆସନ୍ତା ୧୬ରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି । କେନ୍ଦ୍ର ଅର୍ଥ ମନ୍ତ୍ରୀ ୧୬ ତାରିଖରେ ବିଜେପିର ଦଳୀୟ କାର୍ୟ୍ୟକ୍ରମରେ ଯୋଗଦେବେ ଏବଂ ୧୭ ତାରିଖରେ ଚାଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀରେ ମଧ୍ୟ ଯୋଗଦେବେ ।
ଏହି ଦୁଇ ଦିନିଆ ଗସ୍ତ ସମୟରେ ପୁରୀ ଯାଇ ଜଗନ୍ନାଥଙ୍କ ଦର୍ଶନ କରିବାର କାର୍ୟ୍ୟକ୍ରମ ମଧ୍ୟ ରହିଛି । ସେହିପରି ଅର୍ଥ ମନ୍ତ୍ରୀ କଟକ ମହାନଗର ନିଗମର ପ୍ରଥମ ମହିଳା ମେୟର ତଥା ପୂର୍ବତନ ବିଧାୟିକା ଦିବଂଗତ ନିବେଦିତା ପ୍ରଧାନଙ୍କର ସ୍ମୃତି ଉଦେଶ୍ୟରେ ଏକ ଶ୍ରଦ୍ଧାଞ୍ଜଳି ସଭାରେ ମଧ୍ୟ ଯୋଗଦେବେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/08/Nirmala-750x430-1.jpeg)