ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ । ପାରମ୍ପରିକ ଗାମୁଛା ଦେଇ ରାଷ୍ଟ୍ରପତିଙ୍କୁ ଓଡିଶା ଗସ୍ତ ପାଇଁ ନିମନ୍ତ୍ରଣ କଲେ କେନ୍ଦ୍ରମନ୍ତ୍ରୀ ।

122

କନକ ବ୍ୟୁରୋ: ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତା ୨୧ ତାରିଖରେ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ରାଷ୍ଟ୍ରପତି ଭବନ ଠାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ୍ କରିବା ସହ ପାରମ୍ପାରିକ ଗାମୁଛା ଦେଇ ଔପଚାରିକ ଭାବେ ଓଡିଶା ଗସ୍ତ ପାଇଁ ନିମନ୍ତ୍ରଣ କରିଛନ୍ତି ।

ଆସନ୍ତା ମାର୍ଚ୍ଚ ୨୧ ଓ ୨୨ ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି  । ରାଉରକେଲା ସ୍ଥିତ ରାଉରକେଲା ଇସ୍ପାତ କରଖାନା ଦ୍ୱାରା ପରିଚାଳିତ ଇସ୍ପାତ ଜେନେରାଲ ହସ୍ପିଟାଲ(ଆଇଜିଏଚ) ଉଦ୍ଘାଟନ କରିବା ସହ ଏକାଧିକ କର୍ଯ୍ୟକ୍ରମରେ ଯୋଗଦେବା ନେଇ ଟ୍ୱିଟ୍ କରି ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି ।

ଏହି ପରିପ୍ରେକ୍ଷୀରେ ଧର୍ମେନ୍ଦ୍ର ପ୍ରଧାନ ଆଜି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତିଙ୍କୁ ଭେଟିବା ସହ ଔପଚାରିକ ଭାବେ ଓଡିଶା ଗସ୍ତ ପାଇଁ ନିମନ୍ତ୍ରଣ କରିଛନ୍ତି । ଏହି ସାକ୍ଷାତ୍ କାଳରେ ଧର୍ମେନ୍ଦ୍ର ପ୍ରଧାନ ରାଷ୍ଟ୍ରପତିଙ୍କୁ ଅନୁଗୁଳ ଜିଲ୍ଲା ଆଠମଲ୍ଲିକର ବୁଣାକାରଙ୍କ ଦ୍ୱାରା ପ୍ରସ୍ତୁତ ପାରମ୍ପରିକ ହାତବୁଣା ଗାମୁଛା ଉପହାର ଦେଇଥିଲେ ।